Breaking

ଭୁବନେଶ୍ବରରେ ଉପରାଷ୍ଟ୍ରପତି

0

ଭୁବନେଶ୍ୱର: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଉପରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ।
ସୂଚନା ଅନୁସାରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜନ ହେଉଥିବା ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଉପରାଷ୍ଟ୍ରପତି ଭାରତୀୟ ଯୁବଶକ୍ତି ଟ୍ରଷ୍ଟ ପକ୍ଷରୁ ରେଳ ଭବନ ପ୍ରେକ୍ଷାଳୟରେ ଆୟୋଜନ ହେଉଥିବା ସମ୍ମିଳନୀରେ ମଧ୍ୟ ଯୋଗଦେବେ।ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ୍ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅପରାହ୍ନ ୫ଟା ୩୦ରେ ବାୟୁ ସେନା ବିମାନରେ ନୂଆଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି।

loading...

Leave A Reply

Your email address will not be published.