ଭିଏସ୍ଏସ୍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ
ଓଡିଶା ନ୍ୟୁଜ୍ ଟୁଡେ ବ୍ୟୁରୋ:
ଭିଏସ୍ଏସ୍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍ଏସ୍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଅମର ସହିଦଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂ ଓ ଗଡେଶ୍ୱର ହାଟ ବଣିକ ସଂଘ ସଭାପତି ଲକ୍ଷ୍ମଣ ସାହୁ ଉଦ୍ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀପକ କୁମାର ବାରିକ, ଉତ୍ତମ କୁମାର ମହାନ୍ତି, ପପୁ ସାହୁ, ସମରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭିଏସ୍ଏସ୍ ନଗର ଫାଣ୍ଡି ଅଧିକାରୀ ଚିତ୍ତରଞ୍ଜନ ରାଉତ, ବିଏମ୍ସି-ଜାଗୃତି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ‘ସମାଜ’ ପ୍ରତିନିଧି ରମାକାନ୍ତ ମହାନନ୍ଦ, ଯୁବ ସାମ୍ବାଦିକ ରାଜୀବନୟନ ରଥଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା। ଗଡ଼େଶ୍ୱର ହାଟ ବଣିକ ସଂଘ ସମ୍ପାଦକ ମନୋରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।